STATE NEWS ନିମାପଡ଼ା-ବଳଙ୍ଗା ମୁଖ୍ୟ ରାସ୍ତାର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଭାତୀ ପରିଡ଼ା happylivingodisha@gmail.com Sep 9, 2025 0 ନିମାପଡ଼ା ଗସ୍ତରେ ଉପମୁଖ୍ୟମନ୍ତ୍ରୀ ନିମାପଡ଼ା-ବଳଙ୍ଗା ମୁଖ୍ୟ ରାସ୍ତାର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଭାତୀ ପରିଡ଼ା -୩୬ କୋଟି ଟଙ୍କା ବ୍ୟୟରେ ୧୪ କିମି ରାସ୍ତା ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତ -ଉଚ୍ଚ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସମୀକ୍ଷା -ପୂଜ୍ୟପୂଜା ସମାରୋହରେ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧନା ନିମାପଡ଼ା : ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିମାପଡ଼ା ଗସ୍ତରେ ବ୍ଲକ୍ ଛକଠାରେ ନିମାପଡ଼ାଠାରୁ ବଳଙ୍ଗା ରାସ୍ତାର ଉନ୍ନତିକରଣ ପାଇଁ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଉନ୍ନତିକରଣ ପ୍ରକଳ୍ପ ୩୬ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେବ। ଏହି ପ୍ରକଳ୍ପ ଦ୍ଵାରା ନିମାପଡ଼ାରୁ ବଳଙ୍ଗା ପ୍ରାୟ ୧୪ କିଲୋମିଟର ରାସ୍ତାରେ ଜନସାଧାରଣଙ୍କ ଗମନାଗମନ ସୁଗମ ହେବ ବୋଲି ସେ ଏହି ଅବସରରେ କହିଛନ୍ତି। ଏହାପରେ ସେ ନିମାପଡ଼ା ବ୍ଲକ୍ର ସମ୍ମିଳନୀ କକ୍ଷରେ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୬୫ଟି ଉଚ୍ଚ ବିଦ୍ୟାଳୟ ଏବଂ ୨ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ବୈଠକରେ ଶିକ୍ଷାନୁଷ୍ଠାନଗୁଡ଼ିକର ପ୍ରଧାନଶିକ୍ଷକମାନଙ୍କ ଉପସ୍ଥିତିରେ ଉଚ୍ଚ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି, ଛାତ୍ରଛାତ୍ରୀଙ୍କ ପାଠପଢ଼ା ଏବଂ ସହପାଠ୍ୟ କାର୍ଯ୍ୟକ୍ରମ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଏହି ଅବସରରେ ଶିକ୍ଷାନୁଷ୍ଠାନଗୁଡ଼ିକର ସାମଗ୍ରିକ ବିକାଶ ଏବଂ ଶିକ୍ଷାର ମାନ ବୃଦ୍ଧି ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଏହି ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅତିରିକ୍ତ ଶିକ୍ଷା ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଶେଷରେ ପୂଜ୍ୟପୂଜା ପରମ୍ପରାରେ ଗୁରୁମାନଙ୍କର ଭୂମିକାକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଆୟୋଜିତ ପୂଜ୍ୟପୂଜା ସମାରୋହରେ ଶ୍ରୀମତୀ ପରିଡ଼ା ଯୋଗଦେଇଥିଲେ । ନିମାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ନିମାପଡ଼ା ଶିକ୍ଷା ମଣ୍ଡଳ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକମାନଙ୍କ ଅବଦାନ ପ୍ରତି କୃତଜ୍ଞତା ଜଣାଇବା ସହ ସେ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। Happy Living Odisha
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
STATE NEWS ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 300 ଟିପିଡି ସିବିଜି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ happylivingodisha@gmail.com Jun 21, 2026
STATE NEWS ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ happylivingodisha@gmail.com Jun 21, 2026
STATE NEWS ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଯୋଗାଭ୍ୟାସ happylivingodisha@gmail.com Jun 21, 2026
STATE NEWS ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Jun 11, 2026
STATE NEWS ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରି ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ସମୂହ ଦୀପଦାନ happylivingodisha@gmail.com Jun 11, 2026
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
Leave a Reply