STATE NEWS ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି । happylivingodisha@gmail.com Sep 19, 2025 0 ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି । ଭୁବନେଶ୍ୱର: ଗଣଶିକ୍ଷା ବିଭାଗରେ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ବଦଳି ଏବଂ ନିଯୁକ୍ତି ନେଇ ନୀତି ପ୍ରସ୍ତୁତ । ସାଧାରଣ ପ୍ରଶାସନ ବିଭାଗ ନିୟମ ଅନୁସାରେ ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ୍ ୧୫ ମଧ୍ୟରେ ହେବ । ଏଥିସହ ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି । ନିଜ ଜିଲ୍ଲାରେ ନିଯୁକ୍ତି ନ ଦେବାକୁ ହୋଇଛି ସ୍ଥିର । ନିଜ ଜିଲ୍ଲାରେ ନିଯୁକ୍ତି ପାଇଲେ ବି ତାଙ୍କୁ ନିଜ ବ୍ଲକରେ ରହିବାକୁ ଅନୁମତି ଦିଆଯିବ ନାହିଁ । ସେହିପରି ଜିଲ୍ଲା କ୍ୟାଡର କୌଣସି ଅଧିକାରୀ କିମ୍ବା କର୍ମଚାରୀ ଯେଉଁଠି ନିଯୁକ୍ତି ପାଇଥିବେ ସେଠାରେ ଅତି କମରେ ୩ ବର୍ଷ ରହିବା ପରେ ବଦଳି ହେବାକୁ ଯୋଗ୍ୟତା ଅର୍ଜନ କରିବେ । ଗୋଟିଏ ସ୍ଥାନରେ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ । ଯଦି କୌଣସି ଅଧିକାରୀ ନିଜ ଚାକିରି ସମୟର ୫ ବର୍ଷ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ପୂରଣ କରିଥିବେ ତେବେ ସେ ଅନ୍ୟ ଜିଲ୍ଲାକୁ ବଦଳି ହୋଇପାରିବେ । ଅନ୍ୟ ଜିଲ୍ଲାରେ ୧୦ ବର୍ଷ ପୂରଣ କରିଥିବା ଅଧିକାରୀମାନେ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ନିଯୁକ୍ତ ହେବେ। ଯଦି ସ୍ୱାମୀ-ସ୍ତ୍ରୀ ସରକାରୀ କର୍ମଚାରୀ ହୋଇଥାନ୍ତି ତାହା ହେଲେ ସେମାନଙ୍କୁ ନିକଟସ୍ଥ କିମ୍ବା ପାଖ ଅଞ୍ଚଳରେ ନିଯୁକ୍ତି ଦିଆଯାଇପାରିବ। ଅବସର ଗ୍ରହଣ କରିବାକୁ ଦୁଇ ବର୍ଷ ଥିବା ଅଧିକାରୀଙ୍କୁ ଯେଉଁଠାରେ ଅଛନ୍ତି ସେଠାରେ ରଖିବା କିମ୍ବା ସେମାନେ ନିଜ ଜିଲ୍ଲାକୁ ବଦଳି ହୋଇପାରିବେ । କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତି ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବାକୁ ବିଭାଗ ନିଷ୍ପତ୍ତି ନେଇଛି । Happy Living Odisha
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
STATE NEWS ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 300 ଟିପିଡି ସିବିଜି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ happylivingodisha@gmail.com Jun 21, 2026
STATE NEWS ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ happylivingodisha@gmail.com Jun 21, 2026
STATE NEWS ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଯୋଗାଭ୍ୟାସ happylivingodisha@gmail.com Jun 21, 2026
STATE NEWS ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Jun 11, 2026
STATE NEWS ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରି ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ସମୂହ ଦୀପଦାନ happylivingodisha@gmail.com Jun 11, 2026
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
Leave a Reply