STATE NEWS ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ happylivingodisha@gmail.com Nov 24, 2025 0 ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ ଭୁବନେଶ୍ୱର, ୨୩/୧୧/୨୦୨୫ ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ । ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ । ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା । ସେ ସଂଭ୍ରାନ୍ତ ଓ ଜମିଦାର ପରିବାରର ବ୍ୟକ୍ତିଥିଲେ ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ । ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗଦେଇଥିଲେ । ସେତେବେଳେ ଓଡ଼ିଶାର ଛାତ୍ର ଓ ଯୁବକମାନଙ୍କ ଭିତରେ ବିପୁଳ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି ହୋଇଥିଲା । ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶ ଦେଶସେବକ ଓ ନିଷ୍ଠାପର କର୍ମୀ ତଥା ଓଡ଼ିଶାର ଦଳିତ, ଅବହେଳିତ, ନିଷ୍ପେସିତଙ୍କ ପ୍ରକୃତ ବନ୍ଧୁ ଏବଂ ଜଣେ ବିପ୍ଳବୀ ଜନନାୟକ । ଦୀନହୀନ ଅବସ୍ଥାରେ କାଳାତିପାତ କରୁଥିବା ଚାଷୀମୂଲିଆଙ୍କ ସେବା କରି ନିଜକୁ ଧନ୍ୟ ମନେ କରୁଥିଲେ । କ୍ଷମତା ନବକୃଷ୍ଣ ଚୌଧୁରୀଙ୍କ ପରି ବ୍ୟକ୍ତିତ୍ୱଙ୍କୁ କରାୟତ କରିପାରିନଥିଲା ଓ ଦୁର୍ନୀତି ତାଙ୍କୁ ସ୍ପର୍ଶ କରିପାରି ନଥିଲା । ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ଉତ୍କଳ ସମ୍ମିଳନୀ ଓ ପୂଜ୍ୟପୂଜା ସଂସଦର ବରିଷ୍ଠ ସଦସ୍ୟ ଓ ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ବିଧାନସଭା ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ପ୍ରମୁଖ ବିଧାନସଭା ପରିସରରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନବକୃଷ୍ଣ ଚୌଧୁରୀଙ୍କ ଜୀବନୀ ଆଧାରିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୂଚନା ଅଧିକାରୀ ଅବିନାଶ ପାଣି କାର୍ଯ୍ୟକ୍ରମ ସଂଚାଳନା କରିଥିଲେ । Happy Living Odisha #odisha
STATE NEWS *ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ* happylivingodisha@gmail.com Oct 19, 2026
STATE NEWS ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Oct 19, 2026
STATE NEWS ସଫେଇ କର୍ମଚାରୀ ଜାତୀୟ କମିଶନ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ happylivingodisha@gmail.com Oct 16, 2026
STATE NEWS *ବଜ୍ରପାତ ମୃତ୍ୟୁ ଓ କ୍ଷୟକ୍ଷତି ରୋକିବାକୁ ଓଡ଼ିଶାରେ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତି* happylivingodisha@gmail.com Oct 16, 2026
STATE NEWS *ଐତିହାସିକ ସ୍ୱର୍ଣ୍ଣ ପଦକ ବିଜୟୀ ଭାରତୀୟ ହକି ଦଳକୁ ଭୁବନେଶ୍ୱରରେ ଭବ୍ୟ ସମ୍ବର୍ଦ୍ଧନା* happylivingodisha@gmail.com Oct 16, 2026
STATE NEWS ବିଶ୍ଵ ଓଡ଼ିଆ ପରିବାରର ମାସିକ ଆଲୋଚନା ଚକ୍ର ଓ କାବ୍ୟ ସଂଧ୍ୟା happylivingodisha@gmail.com Oct 16, 2026
STATE NEWS ‘ରାଜନୈତିକ ପ୍ରତିରୋଧ’ ନାମରେ ଅରାଜକତା ସୃଷ୍ଟି ପ୍ରଚେଷ୍ଟା: happylivingodisha@gmail.com Oct 16, 2026
STATE NEWS ଜୟ ଶ୍ରୀରାମ କ୍ଲବ ବଲଡିହି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ happylivingodisha@gmail.com Oct 16, 2026
STATE NEWS *ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା* happylivingodisha@gmail.com Oct 15, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS *ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ* happylivingodisha@gmail.com Oct 19, 2026
STATE NEWS ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Oct 19, 2026
STATE NEWS ସଫେଇ କର୍ମଚାରୀ ଜାତୀୟ କମିଶନ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ happylivingodisha@gmail.com Oct 16, 2026
Leave a Reply