STATE NEWS ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ happylivingodisha@gmail.com Nov 28, 2025 0 ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ ୨୦୨୩,୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଏକାଡ଼େମୀ ପୁରସ୍କାର, ଉପାୟନ ଓ କବିଚନ୍ଦ୍ର କାଳିଚରଣ ଯୁବ ପ୍ରତିଭା ସମ୍ମାନ ପ୍ରଦାନ ୩ ବର୍ଷ ପାଇଁ ୬ଜଣଙ୍କୁ ପ୍ରଦାନ କରାଗଲା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ସର୍ବମୋଟ ୧୩୪ଜଣ କଳାକାର ପୁରସ୍କୃତ କଳା ଜଗତର ସାରସ୍ୱତ ପ୍ରତିଭାମାନେ ହେଉଛନ୍ତି ଚିର ନମସ୍ୟ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆଜି ୨୦୨୩,୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର, ଉପାୟନ ଓ କବିଚନ୍ଦ୍ର କାଳିଚରଣ ଯୁବ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି।୩ ବର୍ଷ ପାଇଁ ସର୍ବମୋଟ ୧୩୪ଜଣ କଳାକାରଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ (ସର୍ବୋଚ୍ଚ ସମ୍ମାନ) ୬ଜଣଙ୍କୁ ପ୍ରଦାନ କରାଯାଇଛି। ୨୦୨୩ ବର୍ଷ ପାଇଁ ଡ଼. ପ୍ରଣବ କିଶୋର ପଟ୍ଟନାୟକ, ଶ୍ରୀ ବାଦଲ ଶିକଦାର, ୨୦୨୪ ବର୍ଷ ପାଇଁ ଶ୍ରୀ ମୋହିନୀ ମୋହନ ପଟ୍ଟନାୟକ, ଶ୍ରୀ ସୁଧାକର ସାହୁ ଏବଂ ୨୦୨୫ ବର୍ଷ ପାଇଁ ଶ୍ରୀ ଘନଶ୍ୟାମ ପଣ୍ଡା ଓ ଶ୍ରୀ ଭାଗବତ ପ୍ରଧାନଙ୍କୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନରେ ସମ୍ମାନିତ କରାଯାଇଛି। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନରେ ସମ୍ମାନିତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫ଲକ୍ଷ ଟଙ୍କା, ହିନ୍ଦୁସ୍ତାନୀ କଣ୍ଠ ସଙ୍ଗୀତ ସମ୍ମାନରେ ସମ୍ମାନିତ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୨.୫ଲକ୍ଷ ଟଙ୍କା, ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୨ଲକ୍ଷ ଟଙ୍କା, ଉପାୟନରେ ସମ୍ମାନିତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୧ଲକ୍ଷ ଟଙ୍କା ଏବଂ କବିଚନ୍ଦ୍ର କାଳୀଚରଣ ଯୁବ ପ୍ରତିଭା ସମ୍ମାନ ପାଇଁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି। ୧୩୪ଜଣ ପ୍ରତିଭାଙ୍କୁ ସର୍ବମୋଟ ୨.୫କୋଟିରୁ ଉର୍ଦ୍ଧ୍ୱ ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଆଜିର କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, “ଆମ କଳାଜଗତର ସାରସ୍ୱତ ପ୍ରତିଭାମାନେ ଜୀବନବ୍ୟାପୀ ସାଧନା କରି ଉତ୍କର୍ଷ କଳାର ରାଜ୍ୟ ଓଡ଼ିଶାର କଳା ଓ ସଂସ୍କୃତିକୁ ସମୃଦ୍ଧ କରିବା ଦିଗରେ ନିଜର ଯୋଗଦାନ ଦେଇଛନ୍ତି। ଆପଣମାନେ ଆମ ପାଇଁ ଚିର ନମସ୍ୟ। ଓଡ଼ିଶାର କଳାକୁ ବିଶ୍ୱବିଦିତ କରିବା ଦିଗରେ ଆପଣମାନେ ସର୍ବଦା ନିଜର ନିରନ୍ତର ପ୍ରୟାସ ଜାରି ରଖିବେ ବୋଲି ମୋର ବିଶ୍ୱାସ।” ବିଶିଷ୍ଟ କଳାକାର ତଥା ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ଓଡ଼ିଶାର ସମୃଦ୍ଧ କଳା ଓ ସଂସ୍କୃତିକୁ ଉଜ୍ଜୀବିତ କରି ରଖିବା ଦିଗରେ କଳାକାରମାନଙ୍କର ଭୂମିକା ସମ୍ପର୍କରେ ଆଲୋକପାତ କରିବା ସହ ସମସ୍ତ ପୁରସ୍କାର ବିଜେତାମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦେବ ପ୍ରସାଦ ଦାଶ କାର୍ଯ୍ୟକ୍ରମର ସବିଶେଷ ବିବରଣୀ ପ୍ରଦାନ କରିଥିଲେ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ଡ଼. ଚନ୍ଦ୍ର ଶେଖର ହୋତା ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। Happy Living Odisha
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
STATE NEWS ମହାଶିବରାତ୍ରି ଅବସରରେ ରାଜ୍ୟପାଳଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନ happylivingodisha@gmail.com Feb 15, 2026
STATE NEWS ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରାରେ ଭକ୍ତଙ୍କ ଭିଡ । happylivingodisha@gmail.com Feb 15, 2026
STATE NEWS ସମସ୍ତ ଆଧୁନିକ ସୁବିଧା ସହିତ ଗୁଣାତ୍ମକ ଶିକ୍ଷାର ଏକ ମଡେଲ ଭାବରେ ଏହି ସ୍କୁଲ ବିକଶିତ ହେବ – ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 15, 2026
STATE NEWS ପିଏମଏୱାଇ ଜରିଆରେ ଓଡ଼ିଶାର ଜଣେ ଗରିମା ଶ୍ରମିକଙ୍କ ଜୀବନରେ ପରିବର୍ତ୍ତନ happylivingodisha@gmail.com Feb 15, 2026
STATE NEWS ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 14, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
SPORTS ୱିପ୍ରୋ ଆର୍ଥିୟାନ୍ ପ୍ରତିଯୋଗିତାରେ ଓଡ଼ିଶାର ଲୁଇସ୍ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ବିଜୟୀ happylivingodisha@gmail.com Feb 16, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
Leave a Reply