STATE NEWS ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ happylivingodisha@gmail.com Mar 30, 2026 0 ଭୁବନେଶ୍ୱର ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନ ଶୁଣାଣି ଅନୁଷ୍ଠିତ ଭୁବନେଶ୍ୱର- ତା.୩୦.୦୩.୨୦୨୬- ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଶିଶୁପାଳ ଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜିର ଗ୍ରାମ ପଞ୍ଚାୟତ ସ୍ତରୀୟ ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଉପରେ ଶୁଣାଣି କରାଯାଇଛି । ଏଥମଧ୍ୟରୁ ୬ଟି ଅଭିଯୋଗ ଗ୍ରାମ ସମ୍ବନ୍ଧୀୟ ରହିଥିଲା ବେଳେ ଉକ୍ତ ଅଭିଯୋଗ ଗୁଡିକ ମଧ୍ୟରୁ ୬ ଗୋଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣଙ୍କୁ ୧୦ ହଜାର ଟଙ୍କା ଏବଂ ଅନ୍ୟ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୮ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ । ଆଜିର ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ତହସିଲଦାର ଶ୍ରୀ ମୃତ୍ୟୁଞ୍ଜୟ ତ୍ରିପାଠୀ, ବିଡ଼ିଓ ଶ୍ରୀ ଦେବୀପ୍ରସାଦ ମହାନ୍ତି, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ୱରୀ କହଁର, ଶିଶୁପାଳ ପଂଚାୟତର ସରପଞ୍ଚ ଶ୍ରୀଯୁକ୍ତ ରଶ୍ଚୀ ରଂଜନ ଶ୍ରୀଚନ୍ଦନ ଭୁବନେଶ୍ୱର DIPRO ଜିତେନ୍ଦ୍ର ଜେନା. ଅନ୍ୟ ବରିଷ୍ଠ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । Happy Living Odisha
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
STATE NEWS ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 300 ଟିପିଡି ସିବିଜି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ happylivingodisha@gmail.com Jun 21, 2026
STATE NEWS ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ବାଣିଜ୍ୟ ଓ ପରିବହନ ବିଭାଗର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ happylivingodisha@gmail.com Jun 21, 2026
STATE NEWS ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଯୋଗାଭ୍ୟାସ happylivingodisha@gmail.com Jun 21, 2026
STATE NEWS ଯୁବପିଢ଼ି କୃଷିକୁ ନବସୃଜନ, ଉଦ୍ୟୋଗ ଓ ରାଷ୍ଟ୍ର ଗଠନର କ୍ଷେତ୍ର ଭାବେ ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ happylivingodisha@gmail.com Jun 11, 2026
STATE NEWS ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରି ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ସମୂହ ଦୀପଦାନ happylivingodisha@gmail.com Jun 11, 2026
STATE NEWS ଓଡ଼ିଆ ଜାତିକୁ ଆଉ କେହି ଅଟକାଇ ପାରିବେ ନାହିଁ, ସବୁ କ୍ଷେତ୍ରରେ ଆମେ ପୂର୍ଣ୍ଣ ସାମର୍ଥ୍ୟ ହାସଲ କରିବୁ – ମୁଖ୍ୟମନ୍ତ୍ରୀ happylivingodisha@gmail.com Apr 1, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
Leave a Reply