STATE NEWS ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ happylivingodisha@gmail.com Nov 24, 2025 0 ବିଧାନସଭା ପରିସରରେ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ପାଳିତ ଭୁବନେଶ୍ୱର, ୨୩/୧୧/୨୦୨୫ ମହାନ ବିପ୍ଳବୀ, ସର୍ବୋଦୟ ନେତା, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ । ସେ ସର୍ବଦା ଦରିଦ୍ର ଅବହେଳିତ, ଦଳିତଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିନେଇଥିଲେ । ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା । ସେ ସଂଭ୍ରାନ୍ତ ଓ ଜମିଦାର ପରିବାରର ବ୍ୟକ୍ତିଥିଲେ ମଧ୍ୟ ସମାଜର ଦଳିତ ଓ ନିଷ୍ପେସିତ ବର୍ଗର ଲୋକଙ୍କ ପାଇଁ ସାରା ଜୀବନ ସଂଗ୍ରାମ ଜାରି ରଖିଥିଲେ । ମହାତ୍ମା ଗାନ୍ଧୀଙ୍କ ଆହ୍ୱାନରେ ଅସହଯୋଗ ଆନ୍ଦୋଳନରେ ସେ ଯୋଗଦେଇଥିଲେ । ସେତେବେଳେ ଓଡ଼ିଶାର ଛାତ୍ର ଓ ଯୁବକମାନଙ୍କ ଭିତରେ ବିପୁଳ ଉତ୍ସାହ ଓ ଉଦ୍ଦୀପନା ସୃଷ୍ଟି ହୋଇଥିଲା । ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶ ଦେଶସେବକ ଓ ନିଷ୍ଠାପର କର୍ମୀ ତଥା ଓଡ଼ିଶାର ଦଳିତ, ଅବହେଳିତ, ନିଷ୍ପେସିତଙ୍କ ପ୍ରକୃତ ବନ୍ଧୁ ଏବଂ ଜଣେ ବିପ୍ଳବୀ ଜନନାୟକ । ଦୀନହୀନ ଅବସ୍ଥାରେ କାଳାତିପାତ କରୁଥିବା ଚାଷୀମୂଲିଆଙ୍କ ସେବା କରି ନିଜକୁ ଧନ୍ୟ ମନେ କରୁଥିଲେ । କ୍ଷମତା ନବକୃଷ୍ଣ ଚୌଧୁରୀଙ୍କ ପରି ବ୍ୟକ୍ତିତ୍ୱଙ୍କୁ କରାୟତ କରିପାରିନଥିଲା ଓ ଦୁର୍ନୀତି ତାଙ୍କୁ ସ୍ପର୍ଶ କରିପାରି ନଥିଲା । ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ଉତ୍କଳ ସମ୍ମିଳନୀ ଓ ପୂଜ୍ୟପୂଜା ସଂସଦର ବରିଷ୍ଠ ସଦସ୍ୟ ଓ ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ବିଧାନସଭା ଗବେଷଣା ଶାଖାର ନିର୍ଦ୍ଦେଶକ ଡ. ତି୍ରବିକ୍ରମ ପ୍ରଧାନ ପ୍ରମୁଖ ବିଧାନସଭା ପରିସରରେ ଥିବା ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନବକୃଷ୍ଣ ଚୌଧୁରୀଙ୍କ ଜୀବନୀ ଆଧାରିତ ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀବୃନ୍ଦଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ପରିବେଷଣ କରାଯାଇଥିଲା । ସୂଚନା ଅଧିକାରୀ ଅବିନାଶ ପାଣି କାର୍ଯ୍ୟକ୍ରମ ସଂଚାଳନା କରିଥିଲେ । Happy Living Odisha #odisha
STATE NEWS ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି, ଅଗ୍ନି ନିରାପତ୍ତା ଓ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ happylivingodisha@gmail.com Jul 22, 2026
STATE NEWS ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Jul 22, 2026
STATE NEWS ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ happylivingodisha@gmail.com Jul 22, 2026
STATE NEWS ସାଧାରଣ ଲୋକଙ୍କ ପ୍ରେରଣାର ଉତ୍ସ ସାଜିଛି ‘ମନ୍ କି ବାତ’ : ମନମୋହନ ସାମଲ happylivingodisha@gmail.com Jul 20, 2026
STATE NEWS ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 300 ଟିପିଡି ସିବିଜି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ happylivingodisha@gmail.com Jun 21, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଭିତ୍ତିଭୂମି, ଅଗ୍ନି ନିରାପତ୍ତା ଓ ସମ୍ପ୍ରସାରଣ କାର୍ଯ୍ୟର ସମୀକ୍ଷା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ happylivingodisha@gmail.com Jul 22, 2026
STATE NEWS ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ happylivingodisha@gmail.com Jul 22, 2026
STATE NEWS ବିଭିନ୍ନ ରାସ୍ତା ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ happylivingodisha@gmail.com Jul 22, 2026
Leave a Reply