STATE NEWS ବିକଶିତ ଓଡ଼ିଶା ଗଠନରେ ଶୈକ୍ଷିକ ସମାଜର ଭୂମିକା ଗୁରୁତ୍ୱପୂର୍ଣ୍ଣ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ happylivingodisha@gmail.com Dec 20, 2025 0 ବିକଶିତ ଓଡ଼ିଶା ଗଠନରେ ଶୈକ୍ଷିକ ସମାଜର ଭୂମିକା ଗୁରୁତ୍ୱପୂର୍ଣ୍ଣ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର, ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ (ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା) କୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି, ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କ ପାଇଁ ଆଜି ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ମନ୍ତ୍ରୀ ଶ୍ରୀ ସୂରଜ ବିକଶିତ ଓଡ଼ିଶା-୨୦୩୬ ଓ ବିକଶିତ ଭାରତ-୨୦୪୭ ନିର୍ମାଣର ଲକ୍ଷ୍ୟ ସାଧନ କରିବାରେ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ,”ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଓଡ଼ିଶାରେ ଉଚ୍ଚଶିକ୍ଷାରେ ୨୦୩୬ ମସିହା ସୁଦ୍ଧା ୫୦ % ଓ ୨୦୪୭ ମସିହା ସୁଦ୍ଧା ୬୦% ସାମଗ୍ରିକ ଶିକ୍ଷା ଅନୁପାତ (Gross Enrolment Ratio) କୁ ସୁନିଶ୍ଚିତ କରିବା ସହ ଶିକ୍ଷାନୁଷ୍ଠାନମାନଙ୍କରେ ଲିଙ୍ଗଗତ ସମାନତା ଓ ପଛୁଆ ବର୍ଗରୁ ଆସୁଥିବା ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ଭୁକ୍ତିକରଣ ଉପରେ ପ୍ରାଧାନ୍ୟ ଦେବା, ସ୍ନାତକ ଉତ୍ତୀର୍ଣ୍ଣ ହେଉଥିବା ଛାତ୍ରଛାତ୍ରୀଙ୍କୁ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ପ୍ରଦାନ କରିବା, ୨୦୩୬ ମସିହା ସୁଦ୍ଧା ଓଡ଼ିଶାର ୨ଟି ଶିକ୍ଷାନୁଷ୍ଠାନ ଯେପରି ବିଶ୍ୱର ଶ୍ରେଷ୍ଠ ୫୦୦ ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନିତ ହୋଇପାରିବ ତାହାକୁ ସୁନିଶ୍ଚିତ କରିବା ଏବଂ ଓଡ଼ିଶାର ପ୍ରତିଟି ବ୍ଲକରେ ୨ଟି ଉଚ୍ଚଶିକ୍ଷାନୁଷ୍ଠାନ ଓ ପ୍ରତି ଜିଲ୍ଲାରେ ଅନ୍ତତଃ ଗୋଟିଏ ବହୁ ବିଷୟକ ଗବେଷଣା ଭିତ୍ତିକ ବିଶ୍ୱବିଦ୍ୟାଳୟ (Multi-disciplinary Education & Research University) ସ୍ଥାପନ କରିବା ନିମନ୍ତେ ଲକ୍ଷ୍ୟ ରଖାଯାଇଛି। ଉଚ୍ଚଶିକ୍ଷାର ବିକାଶ ପାଇଁ ଆମକୁ ମୁଖ୍ୟତଃ ଏହି ୪ଟି ମାନଦଣ୍ଡ ଉପରେ କାର୍ଯ୍ୟ କରିବାକୁ ହେବ। ଏଥିସହ ଉଚ୍ଚଶିକ୍ଷାରେ ଅନ୍ତର୍ଭୁକ୍ତିକରଣକୁ ପ୍ରାଧାନ୍ୟ ଦେବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟ କରାଯାଉଛି। ଉଚ୍ଚଶିକ୍ଷାନୁଷ୍ଠାନରେ ନାମ ଲେଖା ପାଇଁ ଏସଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୧୧.୨୫% ଆସନ ସଂରକ୍ଷଣ କରାଯିବାର ବ୍ୟବସ୍ଥା କରାଯାଇଛି। ଏଥିସହ ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଶିକ୍ଷକଙ୍କ ପ୍ରତ୍ୟକ୍ଷ ନିଯୁକ୍ତି ସମୟରେ ଏକକ ସଂରକ୍ଷଣ ପଦ୍ଧତିକୁ ଅନୁସରଣ କରିବା ନିମନ୍ତେ ଓଡ଼ିଶା ରାଜ୍ୟ ସରକାରୀ ବିଶ୍ୱ ବିଦ୍ୟାଳୟ (ଶିକ୍ଷକ କ୍ୟାଡ଼ର ସଂରକ୍ଷଣ) ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ କରାଯାଇଛି। ବିଦେଶ ଶିକ୍ଷାବୃତ୍ତି ଯୋଜନା ମାଧ୍ୟମରେ ୧୨ଲକ୍ଷରୁ କମ୍ ଆୟ ଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ପରିବାରର ଛାତ୍ରଛାତ୍ରୀଙ୍କୁ ବିଦେଶରେ ପାଠ ପଢିବା ପାଇଁ ବାର୍ଷିକ ସର୍ବାଧିକ ୨୫ ଲକ୍ଷ ଓ ୨ ବର୍ଷରେ ସର୍ବାଧିକ ୫୦ ଲକ୍ଷ ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରିବାର ପ୍ରାବଧାନ କରାଯାଇଛି।” “ସମସ୍ତଙ୍କ ପାଇଁ ଶିକ୍ଷା, ସମସ୍ତଙ୍କ ପାଇଁ ଉଚ୍ଚଶିକ୍ଷା” ହେଉଛି ଆମର ଲକ୍ଷ୍ୟ। ବିକଶିତ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ଗଠନ କରିବାର ଲକ୍ଷ୍ୟ ପୂରଣ କରିବା ନିମନ୍ତେ ଆମ ଶୈକ୍ଷିକ ସମାଜ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ ବୋଲି, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମତପ୍ରକାଶ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଉଚ୍ଚଶିକ୍ଷାର ବିକାଶକୁ ନେଇ ବିଭାଗ ତରଫରୁ କରାଯାଇଥିବା କାର୍ଯ୍ୟ ସମ୍ବନ୍ଧରେ ସବିସ୍ତୃତ ବିବରଣୀ ପ୍ରଦାନ କରିବା ସହିତ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ (ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା)ରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ସ୍ଥାନିତ କରାଯାଇଥିବା ଲକ୍ଷ୍ୟକୁ କିପରି ଭାବେ ହାସଲ କରାଯାଇପାରିବ ସେ ସମ୍ବନ୍ଧରେ କୁଳପତି ଓ ଅଧ୍ୟକ୍ଷମାନଙ୍କୁ ଉଦ୍ବୋଧନ ପ୍ରଦାନ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ଧରଣୀଧର ନନ୍ଦ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଅତିରିକ୍ତ ଶାସନ ସଚିବ ଧୀରେନ୍ଦ୍ର ନାଥ କର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। Happy Living Odisha #education#Multi-disciplinary Education & Research Universitybjp
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
STATE NEWS ମହାଶିବରାତ୍ରି ଅବସରରେ ରାଜ୍ୟପାଳଙ୍କ ଲିଙ୍ଗରାଜ ମନ୍ଦିର ଦର୍ଶନ happylivingodisha@gmail.com Feb 15, 2026
STATE NEWS ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରାରେ ଭକ୍ତଙ୍କ ଭିଡ । happylivingodisha@gmail.com Feb 15, 2026
STATE NEWS ସମସ୍ତ ଆଧୁନିକ ସୁବିଧା ସହିତ ଗୁଣାତ୍ମକ ଶିକ୍ଷାର ଏକ ମଡେଲ ଭାବରେ ଏହି ସ୍କୁଲ ବିକଶିତ ହେବ – ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 15, 2026
STATE NEWS ପିଏମଏୱାଇ ଜରିଆରେ ଓଡ଼ିଶାର ଜଣେ ଗରିମା ଶ୍ରମିକଙ୍କ ଜୀବନରେ ପରିବର୍ତ୍ତନ happylivingodisha@gmail.com Feb 15, 2026
STATE NEWS ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ happylivingodisha@gmail.com Feb 14, 2026
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
STATE NEWS ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା happylivingodisha@gmail.com Feb 22, 2026
SPORTS ୱିପ୍ରୋ ଆର୍ଥିୟାନ୍ ପ୍ରତିଯୋଗିତାରେ ଓଡ଼ିଶାର ଲୁଇସ୍ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ବିଜୟୀ happylivingodisha@gmail.com Feb 16, 2026
STATE NEWS ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍ର୨୧୦୦ ଛାତ୍ରଛାତ୍ରୀ ସର୍ବଭାରତୀୟ ସ୍ତରରେ ସର୍ବାଧିକ happylivingodisha@gmail.com Feb 15, 2026
Leave a Reply